14ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
15ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
16ଏଥିଉତ୍ତାରେ ଅବିମେଲକ ଇସ୍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
17ତହିଁରେ ଇସ୍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
18ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।