16ଏଥିଉତ୍ତାରେ ଅବିମେଲକ ଇସ୍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
17ତହିଁରେ ଇସ୍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
18ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
19ଆଉ ଇସ୍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
20ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।