ଆଦି ପୁସ୍ତକ 26

ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।

Genesis 26:19 (UKJV) And Isaac's servants dug in the valley, and found there a well of springing water.

17ତହିଁରେ ଇସ୍‌ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।

18ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‌ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।

19ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।

20ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‌ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।

21ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‌ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.