18ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
19ଆଉ ଇସ୍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
20ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
21ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।
22ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”