ଆଦି ପୁସ୍ତକ 26

ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”

Genesis 26:24 (UKJV) And the LORD appeared unto him the same night, and said, I am the God of Abraham your father: fear not, for I am with you, and will bless you, and multiply your seed for my servant Abraham's sake.

22ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”

23ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।

24ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”

25ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।

26ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.