ଆଦି ପୁସ୍ତକ 26

ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।

Genesis 26:25 (UKJV) And he built an altar there, and called upon the name of the LORD, and pitched his tent there: and there Isaac's servants dug a well.

23ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।

24ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”

25ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।

26ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।

27ତହିଁରେ ଇସ୍‌ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.