27ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”
28ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
29ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
30ସେତେବେଳେ ଇସ୍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
31ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।