ଆଦି ପୁସ୍ତକ 26

ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।

Genesis 26:3 (UKJV) Sojourn in this land, and I will be with you, and will bless you; for unto you, and unto your seed, I will give all these countries, and I will perform the oath which I swore unto Abraham your father;

1ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।

2ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

3ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।

4ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।

5ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.