29ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
30ସେତେବେଳେ ଇସ୍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
31ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
32ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
33ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍ଶେବା ନାମରେ ଖ୍ୟାତ ଅଟେ।