ଆଦି ପୁସ୍ତକ 26

ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍‍ଶେବା ନାମରେ ଖ୍ୟାତ ଅଟେ।

Genesis 26:33 (UKJV) And he called it Shebah: therefore the name of the city is Beersheba unto this day.

31ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‌ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।

32ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”

33ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍‍ଶେବା ନାମରେ ଖ୍ୟାତ ଅଟେ।

34ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।

35ମାତ୍ର ସେମାନେ ଇସ୍‌ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.