5ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
6ତହିଁରେ ଇସ୍ହାକ ଗରାରଠାରେ ବାସ କଲେ।
7ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
8ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
9ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”