7ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
8ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
9ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
10ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
11ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”