1ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
2ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।
3ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।