9ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
10ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
11ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
12ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
13ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।”