14ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।
15ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
16ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
17ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।
18ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”