16ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
17ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।
18ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”
19ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
20ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”