ଆଦି ପୁସ୍ତକ 27

ଇସ୍‌ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”

Genesis 27:21 (UKJV) And Isaac said unto Jacob, Come near, I pray you, that I may feel you, my son, whether you be my very son Esau or not.

19ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”

20ତହିଁରେ ଇସ୍‌ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”

21ଇସ୍‌ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”

22ତହୁଁ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”

23ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.