ଆଦି ପୁସ୍ତକ 27

ସେତେବେଳେ ଇସ୍‌ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‌ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।

Genesis 27:25 (UKJV) And he said, Bring it near to me, and I will eat of my son's venison, that my soul may bless you. And he brought it near to him, and he did eat: and he brought him wine and he drank.

23ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।

24ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।”

25ସେତେବେଳେ ଇସ୍‌ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‌ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।

26ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”

27ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.