ଆଦି ପୁସ୍ତକ 27

ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;

Genesis 27:28 (UKJV) Therefore God give you of the dew of heaven, and the fatness of the earth, and plenty of corn and wine:

26ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”

27ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;

28ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;

29ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”

30ଏହି ପ୍ରକାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.