ଆଦି ପୁସ୍ତକ 27

ସେତେବେଳେ ଇସ୍‌ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”

Genesis 27:33 (UKJV) And Isaac trembled very exceedingly, and said, Who? where is he that has taken venison, and brought it me, and I have eaten of all before you came, and have blessed him? yea, and he shall be blessed.

31ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”

32ତହିଁରେ ତାହାର ପିତା ଇସ୍‌ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”

33ସେତେବେଳେ ଇସ୍‌ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”

34ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”

35ତହିଁରେ ଇସ୍‌ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.