ଆଦି ପୁସ୍ତକ 27

ତହୁଁ ଇସ୍‌ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”

Genesis 27:37 (UKJV) And Isaac answered and said unto Esau, Behold, I have made him your lord, and all his brethren have I given to him for servants; and with corn and wine have I sustained him: and what shall I do now unto you, my son?

35ତହିଁରେ ଇସ୍‌ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”

36ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”

37ତହୁଁ ଇସ୍‌ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”

38ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।

39ତହୁଁ ତାହାର ପିତା ଇସ୍‌ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.