ଆଦି ପୁସ୍ତକ 27

ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;

Genesis 27:44 (UKJV) And tarry with him a few days, until your brother's fury turn away;

42ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।

43ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।

44ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;

45ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”

46ଏଥିଉତ୍ତାରେ ରିବିକା ଇସ୍‌ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.