44ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;
45ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”
46ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”