ଆଦି ପୁସ୍ତକ 27

ଇସ୍‌ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,

Genesis 27:5 (UKJV) And Rebekah heard when Isaac spoke to Esau his son. And Esau went to the field to hunt for venison, and to bring it.

3ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।

4ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”

5ଇସ୍‌ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,

6ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,

7ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.