1ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।
2ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
3ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।