8ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
9ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା।
10ଏଥିଉତ୍ତାରେ ଯାକୁବ ବେର୍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।
11ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
12ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।