9ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା।
10ଏଥିଉତ୍ତାରେ ଯାକୁବ ବେର୍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।
11ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
12ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
13ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।