ଆଦି ପୁସ୍ତକ 28

ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।

Genesis 28:12 (UKJV) And he dreamed, and behold a ladder set up on the earth, and the top of it reached to heaven: and behold the angels of God ascending and descending on it.

10ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।

11ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।

12ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।

13ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।

14ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.