12ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
13ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
14ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
15ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
16ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”