15ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
16ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”
17ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
18ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
19ପୁଣି, ସେହି ସ୍ଥାନର ନାମ ବେଥେଲ୍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।