17ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
18ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
19ପୁଣି, ସେହି ସ୍ଥାନର ନାମ ବେଥେଲ୍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
20ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
21ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,