ଆଦି ପୁସ୍ତକ 28

ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।

Genesis 28:2 (UKJV) Arise, go to Padanaram, to the house of Bethuel your mother's father; and take you a wife from thence of the daughters of Laban your mother's brother.

1ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।

2ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।

3ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।

4ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.