ଆଦି ପୁସ୍ତକ 28

ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,

Genesis 28:21 (UKJV) So that I come again to my father's house in peace; then shall the LORD be my God:

19ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।

20ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,

21ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,

22ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.