3ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
4ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
5ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
6ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”
7ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍ ଅରାମକୁ ପ୍ରସ୍ଥାନ କରିଅଛି,