ଆଦି ପୁସ୍ତକ 28

ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍‍ ଅରାମକୁ ପ୍ରସ୍ଥାନ କରିଅଛି,

Genesis 28:7 (UKJV) And that Jacob obeyed his father and his mother, and was gone to Padanaram;

5ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍‍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍‍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।

6ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍‍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”

7ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍‍ ଅରାମକୁ ପ୍ରସ୍ଥାନ କରିଅଛି,

8ଏହା ଦେଖି ଏଷୌ ଆପଣା ପିତା ଇସ୍‌ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି

9ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.