6ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”
7ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍ ଅରାମକୁ ପ୍ରସ୍ଥାନ କରିଅଛି,
8ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
9ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା।
10ଏଥିଉତ୍ତାରେ ଯାକୁବ ବେର୍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।