1ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
2ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
3ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।