11ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
12ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
13ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
14ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
15ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”