ଆଦି ପୁସ୍ତକ 29

ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।

Genesis 29:17 (UKJV) Leah was tender eyed; but Rachel was beautiful and well favoured.

15ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”

16ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।

17ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।

18ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”

19ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.