ଆଦି ପୁସ୍ତକ 29

ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।

Genesis 29:22 (UKJV) And Laban gathered together all the men of the place, and made a feast.

20ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।

21ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”

22ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।

23ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।

24ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.