21ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
22ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
23ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
24ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।
25ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”