29ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍ହା ନାମ୍ନୀ ଦାସୀକୁ ଦେଲା।
30ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
31ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
32ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”
33ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।