ଆଦି ପୁସ୍ତକ 29

ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।

Genesis 29:35 (UKJV) And she conceived again, and bare a son: and she said, Now will I praise the LORD: therefore she called his name Judah; and left bearing.

33ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।

34ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।

35ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.