4ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
5ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
6ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
7ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
8ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”