5ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
6ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
7ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
8ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
9ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।