6ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
7ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
8ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
9ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
10ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।