ଆଦି ପୁସ୍ତକ 3

ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”

Genesis 3:1 (UKJV) Now the serpent was more subtle than any beast of the field which the LORD God had made. And he said unto the woman, Yea, has God said, All of you shall not eat of every tree of the garden?

1ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”

2ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;

3କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.