9ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”
10ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
11ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”
12ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
13ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”