11ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”
12ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
13ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
14ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
15ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”