17ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
18ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
19ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
20ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
21ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।